Odiapua.com

ଆଜିଠୁ ପ୍ରଶିକ୍ଷଣ ନେବେ ସମସ୍ତ ବିଧାୟକ

ଭୁବନେଶ୍ୱର,୧୩/୦୯,(ଓଡ଼ିଆ ପୁଅ ପି ନାଏକ): ଆଜିଠୁ ତାଲିମ ନେବେ ବିଧାୟକ । ବିଧାନସଭାରେ କିପରି ବ୍ୟବସ୍ଥିତ ଢଙ୍ଗରେ ଲୋକଙ୍କ ଦାବି ଉପସ୍ଥାପନ କରିବେ ସେ ସମ୍ପର୍କରେ ଷୋଡ଼ଶ ବିଧାନସଭାର ବିଧାୟକ ଓ ବିଧାୟିକାମାନଙ୍କୁ ଆଜିଠୁ ପ୍ରଶିକ୍ଷଣ ଦିଆଯିବ। ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚାଲିବ ।

ପୂର୍ବାହ୍ନ ୧୦ଟା ୪୫ ମିନିଟ୍‌ରେ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ । ତେବେ ପ୍ରଥମ ଦିନରେ ବିଧାନସଭାର କମିଟି ବ୍ୟବସ୍ଥା ଓ ବୈଧାନିକ ପ୍ରକ୍ରିୟା ଉପରେ ଆଲୋଚନା ହେବାକୁ ଥିବାବେଳେ ସଂସଦୀୟ ବିଶେଷାଧିକାର ପ୍ରଥା, ପରମ୍ପରା ଓ ଶିଷ୍ଟାଚାର ସମ୍ପର୍କରେ ଆଲୋଚନା ହେବ। ଏହାସହ ଆସନ୍ତାକାଲି ଦ୍ୱିତୀୟ ଦିନରେ ବିଧାନସଭାର ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି।