Home ଓଡ଼ିଶା ଆଜିଠୁ ରାଜ୍ୟରେ ବର୍ଷା

ଆଜିଠୁ ରାଜ୍ୟରେ ବର୍ଷା

966

ଭୁବନେଶ୍ଵର,୨୪/୦୮,(ଓଡ଼ିଆ ପୁଅ / ପି ନାଏକ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଆଜିଠାରୁ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଏହା ସହ ଅନ୍ୟ କିଛି ଜିଲ୍ଲାମାନଙ୍କରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ସମୁଦ୍ର ଅଶାନ୍ତ ରହିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.