Odiapua.com

ଆଜି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ,୨୭/୦୯,(ଓଡ଼ିଆ ପୁଅ ପି ନାଏକ): ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆଜି ଓ ଆସନ୍ତାକାଲି ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ।

ତେବେ ମିଳିଥିବା ସୂଚନା ଅନୁସାରେ, ଆଜି ନୂଆଦିଲ୍ଲୀରୁ ବାୟୁ ସେନାର ସ୍ୱତନ୍ତ୍ର ବିମାନରରେ ଆସି ଅପରାହ୍ନ ୨ଟା ୩୦ରେ ଭୁବନେଶ୍ୱରରେ ପହଞ୍ଚିବେ ।ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିକଟ ଗୋଳାବନ୍ଧ ଆର୍ମି ଏୟାର୍ ଡିଫେନ୍ସ କଲେଜର ‘କଲର ଆଓ୍ୱାର୍ଡ’ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସହ ସ୍ଥଳସେନା ମୁଖ୍ୟ ବିପିନ ରାଓ୍ୱତ ମଧ୍ୟ ଆସିବେ ବୋଲି ସୂଚନା ମିଳିଛି ।ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଡଗ୍ ସ୍ୱାର୍ଡ ଦ୍ୱାରା ସମ୍ପୂର୍ଣ୍ଣ ଅଞ୍ଚଳକୁ କଡ଼ାକଡ଼ି ଯାଞ୍ଚ କରାଯାଇଛି । ଏନେଇ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଦୁଇ ରାଜ୍ୟସଭା ଆସନ ପାଇଁ ୧୬ ଅକ୍ଟୋବରରେ ଉପନିର୍ବାଚନ