Home ଓଡ଼ିଶା ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା

416

ଭୁବନେଶ୍ଵର,୧୫/୦୮,(ଓଡ଼ିଆ ପୁଅ /ପଙ୍କଜିନୀ ନାୟକ):ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା । ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତୀୟଙ୍କ ଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ । ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣିମା ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିନ କରାଯାଇଥାଏ ।

ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଇଥାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣିମାରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.