ଭୁବନେଶ୍ୱର ୪-୭ (ଓଡ଼ିଆ ପୁଅ) ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ବାଲେଶ୍ୱର ଜିଲ୍ଲା ଏହି ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଦ, କନ୍ଧମାଳ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅପରପକ୍ଷରେ ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ତଥା ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ। ଏହି ସ୍ଥାନଗୁଡ଼ିକରେ ଗୋଟିଏ କିମ୍ବା ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିଭାଗ।