Home ଓଡ଼ିଶା ଆଜି ପୁଣି ଜିଲ୍ଲାରେ ୧୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ,ସାତଦିନ ପାଇଁ ଲକଡାଉନ ଘୋଷଣା

ଆଜି ପୁଣି ଜିଲ୍ଲାରେ ୧୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ,ସାତଦିନ ପାଇଁ ଲକଡାଉନ ଘୋଷଣା

258

ମାଲକାନଗିରି,୧୩ା୭(ଓଡିଆ ପୁଅ ) ଆଜି ଜିଲ୍ଲାରେ ପୁଣି ୧୪ ଜଣ ନୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭ଜଣ ଆକ୍ରାନ୍ତ କେବଳ ମାଲକାନଗିରି ସହରର ଏମାନେ ପୁବ ର୍ ସଂକ୍ରମିତଙ୍କ ସଂସ୍ପର୍ଷରେ ଆସିଥିବାର ଜଣାପଡିଛି । ମାଲକାନଗିରି ପୌରାଚଂଳର କଟେଂନମେଟଂ ଜୋନଅଚଂଳରୁ ୭ଜଣ ଙ୍କର ପଜିଟିଭି ବାହାରିଥିବା ବେଳେ ୩ଜଣ ଦିଲ୍ଲୀ,ତାମିଲନାଡୁ ଫେରନ୍ତା ପ୍ରବାସୀ .ସେମାନଙ୍କ ମଧ୍ୟରୁ ଜଣେ କୋରକୁଣ୍ଡା ଟିଏମସି ଅନ୍ୟଦୁଇଜଣ କାଲିମେଳା ଟିଏମସି ଅଚଂଳର ହୋଇଥିବା ବେଳେ ଓ ଅନ୍ୟ ତିନିଜଣ ବାଲିମେଳା ସହରର ଓ ଆଉ ଜଣେ ଖଇରପୁଟ ବ୍ଲକ ଅଚଂଳର ବୋଲି ଜଣାପଡିଛି । ଏମାନଙ୍କ ମଧ୍ୟରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ବେଳେ ୩ଜଣ ପ୍ରବାସୀ ଫରେନ୍ତା ସଂଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତ ଙ୍କୁ ମିଶାଇ ମାଲକାନଗିରି ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪ହୋଇଥିବା ବେଳେ ସଥିମଧ୍ୟରୁ ୧୦୧ ଜଣ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି ଓ କରୋନା ଆକ୍ରାନ୍ତ ୮୩ ଜଣ ଙ୍କୁ କୋଭିଡ ହସପିଟାଲରେ ଚିକିତ୍ସା କରାଯାଉ ଥିବାର ଜିଲ୍ଲାପ୍ରଶାସନ ସୁତ୍ରରୁ ଜଣାପଡିଛି । ମାଲକାନଗିରି ଜିଲ୍ଲାରୁ ଆଜି ଚିହ୍ନଟ ହୋଇଥିବା ୧୪ଜଣ ଆକ୍ରାନ୍ତ ଅନ୍ୟ କେଉଁ ଲୋକଙ୍କ ସଂସ୍ପର୍ଷରେ ଆସିଛନ୍ତି କି ନାହିଁ ତାହାର ଜାଚଂ ଜୋରଦାର ଚାଲିଛି ।ଆଜି ସଟ୍ ଡାଉନ୍ ଅବଧି ସରିଯାଇଛି , ଦିନକୁ ଦିନ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସଂକ୍ରମଣରୁ ସୁରକ୍ଷିତ ରିହାବା ପାଇଁ ଆଜି ରାତ୍ର ୧୨ ଟା ଠାରୁ ୧୯ତାରିଖ ରାତ୍ର୧୨ ଟା ପର୍ଯ୍ୟନ୍ତ ମାଲକାନଗିରି ପୌରାଚଂଳ ଓ ବାଲିମେଳା ଏନଏସି ଅଚଂଳକୁ ଜିଲ୍ଲାପ୍ରଶାସନ ପକ୍ଷରୁ ଲକଡାଉନ ଘୋଷଣା କରାଯାଇଛି । କରୋନା ଚିହ୍ନଟ ହୋଇଥିବା ମାଲକାନଗିରି ପୌରାଚଂଳ,ବାଲିମେଳା ସହର,କାଲିମେଳା,କୋରକୁଣ୍ଡା ଓ ଖଇରପୁଟ ଅଚଂଳ କୁ କଟେଂନମେଟଂ ଜୋନ ଘୋଷଣା କରାଯାଇ ସହରର ବିଭିନ୍ନ ଛକ ସ୍ଥାନରେ ପୁଲିସ ପକ୍ଷରୁ କଡାସୁରକ୍ଷା ବ୍ୟବସ୍ଥା କରାଯାଇ ସାହିବସ୍ତିକୁ ନାକା ବନ୍ଦିକରିଦିଆ ଯାଇଛି । କରୋନା ସଂକ୍ରମଣ ଠାରୁ ସତର୍କ ରହିବା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଏଥିରେ କେହି ଛାନିଆ କିମ୍ବା ଭୟଭିତ ହୁଅନ୍ତୁନାହିଁ,ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ,ମାସ୍କ ବ୍ୟବହାର କରିବା ସହିତ ସାମାଜିକ ଦୂରତା ବଜାୟୀ ରଖନ୍ତୁ, ଲକଡାଉନ ନିୟମକୁ ମାନି ସହରବାସୀ ଜିଲ୍ଲାପ୍ରଶାସନକୁ ସହଯୋଗ କରି କରୋନା ସଂକ୍ରମଣ ଠାରୁ ଦୁରେଇ ରୁହନ୍ତୁ । କୋଭିଡ୧୯ ନିୟମସହ ସରକାର ଓ ଜିଲ୍ଲାପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ନିୟମ କୁ ମାନନ୍ତୁ ବୋଲି ଜିଲ୍ଲାପ୍ରଶାସନ ପକ୍ଷରୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.