ପୁରୀ,୨୩/୧୦,(ଓଡ଼ିଆ ପୁଅ ପି ନାଏକ):ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ପ୍ରଥମେ ମଧ୍ୟାହ୍ନ ଧୂପ ସରି ପଛ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ପରେ ଦ୍ୱିପ୍ରହର ଧୁପ ସରିବାପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିରର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ଏହାଛଡା ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକି ଉଠିବ । ଏଣୁ ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି ।