Home ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୪୮୯ ଶିକ୍ଷକ ଓ ୮ ଜଣ ଅଧ୍ୟକ୍ଷଙ୍କୁ ନିଯୁକ୍ତି ପତ୍ର ଛାତ୍ରଛାତ୍ରୀଙ୍କ ଚରିତ୍ର...

ଆଦର୍ଶ ବିଦ୍ୟାଳୟର ୪୮୯ ଶିକ୍ଷକ ଓ ୮ ଜଣ ଅଧ୍ୟକ୍ଷଙ୍କୁ ନିଯୁକ୍ତି ପତ୍ର ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ଓ ସେମାନଙ୍କ ମଧ୍ୟରେ ମୂଲ୍ୟବୋଧର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

516

ଭୁବନେଶ୍ୱର ୧୧.୧୨ (ଓଡ଼ିଆ ପୁଅ) ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବନିଯୁକ୍ତ ୪୮୯ ଜଣ ଶିକ୍ଷକ ଏବଂ ୮ ଜଣ ଅଧ୍ୟକ୍ଷଙ୍କ ମାର୍ଗଦର୍ଶନ କାର୍ଯ୍ୟକ୍ରମ ଆଜି ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଶିକ୍ଷାଦାନ ଏକ ମହାନ ବୃତ୍ତି ଶ୍ରେଣୀ କକ୍ଷରେ ହିଁ ଦେଶର ଭବିଷ୍ୟତ ଗଠନ କରାଯାଇଥାଏ। ତେଣୁ କେବଳ ପୁସ୍ତକଗତ ଶିକ୍ଷା ଦାନ ଉପରେ ସୀମିତ ନ ରହି ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ଓ ସେମାନଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧର ବିକାଶ ଉପରେ ଶିକ୍ଷକମାନେ ଗୁରୁତ୍ବ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଗୁଣାତ୍ମକ ଶିକ୍ଷା ପ୍ରତି ତାଙ୍କ ସରକାରର ପ୍ରତିବଦ୍ଧତାକୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ବର୍ତ୍ତମାନ ରାଜ୍ୟରେ ୨୧୪ଟି ଆଦର୍ଶ ବିଦ୍ୟାଳୟ ଥିବା ବେଳେ ଖୁବ୍ ଶୀଘ୍ର ଆଉ ୧୦୦ଟି ଆଦର୍ଶ ବିଦ୍ୟାଳୟ ଖୋଲାଯିବ। ଆଦର୍ଶ ବିଦ୍ୟାଳୟ ଉତ୍ତମ ଶିକ୍ଷାଦାନ ସହିତ ପିଲାଙ୍କ ସ୍ବପ୍ନକୁ ସାକାର କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଏହି ଅବସରରେ CBSE ଦଶମ ଶ୍ରେଣୀ ପରୀକ୍ଷା ଦେଇଥିବା ଆଦର୍ଶ ବିଦ୍ୟାଳୟର ପ୍ରଥମ। ବ୍ୟାଚର ପିଲାମାନଙ୍କ ମଧ୍ୟରେ ଉଲ୍ଲେଖନୀୟ କୃତୀତ୍ୱ ହାସଲ କରିଥିବା ୯ ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ ଏବଂ ଆଦର୍ଶ ବିଦ୍ୟାଳୟର ନୂଆ website ର ଲୋକାର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡଃ ବିଜୟ ସାହୁ, ବିଭାଗୀୟ ଶାସନ ସଚିବ ଓ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.