Home ଜିଲ୍ଲା ପରିକ୍ରମା ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

34

ଭଦ୍ରକ, ୧ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆଜି ସଂସ୍କୃତି ଭବନ ପ୍ରେକ୍ଷାଳୟରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ତ୍ରିଲୋଚନ ମାଝୀ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଶୁଭ ଉଦ୍‌ଘାଟନ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଦ୍ମ ରଞ୍ଜନ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟତମ ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ମଧୁସୂଦନ ଦାଶ, ଭଦ୍ରକ ଜିଲ୍ଲା ବରିଷ୍ଠ ନାଗରିକ ମହାସଂଘର ସଭାପତି ଲଲାଟେନ୍ଦୁ ମହାନ୍ତି, ସାଧାରଣ ସମ୍ପାଦକ କୈଳାସ ଚନ୍ଦ୍ର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସୁବାସ ଚନ୍ଦ୍ର ନାୟକ ଅତିଥି ପରିଚୟ ପ୍ରଦାନ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ପ୍ରାୟ ଷାଠିଏ ଜଣ ବରିଷ୍ଠ ନାଗରିକ ଏହି ଉତ୍ସବ ପାଳନରେ ଯୋଗ ଦେଇଥିଲେ । ସମସ୍ତଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଉପଢ଼ୌକନ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା । ୧୦ ଜଣଙ୍କୁ ଜିଲ୍ଲାପାଳଙ୍କ ଦ୍ୱାର ଆଣ୍ଠୁ କ୍ୟାପ୍ ଓ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ୱାରା ୧୦ଜଣଙ୍କୁ ଚାଲିବା ବାଡ଼ି ବଣ୍ଟନ କରାଯାଇଥିଲା । ବୟୋଜ୍ୟେଷ୍ଠ ନାଗରିକମାନେ ସମାଜ ପାଇଁ କିପରି ମାର୍ଗଦର୍ଶକ ସାଜିଥାନ୍ତି । ସେମାନଙ୍କ ଅନୁଭୂତି ଅଭିଜ୍ଞତା ସମାଜ ପାଇଁ ସମ୍ପଦ ବୋଲି ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ । ବରିଷ୍ଠ ନାଗରିକମାନଙ୍କ ପାଇଁ ସାମାଜିକ ସୁରକ୍ଷା ବିଭାଗ ଜରିଆରେ ଥିବା ବିଭିନ୍ନ ଯୋଜନା ବିଷୟରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୂଚନା ଦେଇଥିଲେ । ବିଶେଷ କରି ବରିଷ୍ଠ ନାଗରିକମାନଙ୍କ ପାଇଁ ସରକାରୀ ଯୋଜନା, ସେମାନଙ୍କର ସମସ୍ୟା ଓ ସମାଧାନ ଉପରେ ଆଲୋଚନା କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.