Home Top News ଆସନ୍ତା କାଲି ପୁଣି ଏକ ଲଘୁଚାପ ସମ୍ବାବନା – କାଲିଠାରୁ ତିନିଦିନ ପ୍ରବଳ ବର୍ଷିବ

ଆସନ୍ତା କାଲି ପୁଣି ଏକ ଲଘୁଚାପ ସମ୍ବାବନା – କାଲିଠାରୁ ତିନିଦିନ ପ୍ରବଳ ବର୍ଷିବ

147

ଭୁବନେଶ୍ୱର ୧୭ ସେପ୍ଟେମ୍ବର (ଓଡ଼ିଆ ପୁଅ) ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ୫.୮ କିମି ଉଟ୍ଟତାରେ ଗତକାଲିଠାରୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଫଳରେ ଆସନ୍ତା କାଲି ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା କାଲିଠାରୁ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଆଜି ପାଇଁ କୌଣସି ଚେତାବନୀ ଦିଆଯାଇନଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ତଥା ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି।

ଆସନ୍ତା କାଲି ଅର୍ଥାତ୍ ୧୮ ତାରିଖ ପାଇଁ ଉତ୍ତର ଓଡ଼ିଶାର ଜିଲ୍ଲା ତଥା ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବା ବେଳେ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହି ପରି ଆସନ୍ତା ୧୯ ତାରିଖ ପାଇଁ ଓଡିଶାର ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆସନ୍ତା ୨୦ ତାରିଖ ପାଇଁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ତଥା ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବା ବେଳେ ଝାରସୁଗୁଡା, ସୁନ୍ଦରଗଡ, ବରଗଡ, ଦେଓଗଡ, ସମ୍ବଲପୁର ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.