Odiapua.com

ଆସନ୍ତା କାଲି ବଙ୍ଗୋପସାଗରରେ ଲଘୁଚାପ : ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷିବ

ଭୁବନେଶ୍ୱର ୨୨-୦୭ (ଓଡ଼ିଆ ପୁଅ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୨ ଘଣ୍ଟା ଭିତରେ ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜଗତସିଂହପୁର , ପୁରୀ , ଖୋର୍ଦ୍ଧା, କଟକ , ସମ୍ବଲପୁର , ଦେବଗଡ଼ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ଲୋକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

ଅପରପକ୍ଷରେ ବାଲେଶ୍ୱର , ଭଦ୍ରକ , ଯାଜପୁର , ଢେଙ୍କାନାଳ , ଅନୁଗୁଳ , କେନ୍ଦୁଝର , କୋରାପୁଟ , ମାଲକାନଗିରି , ସୁନ୍ଦରଗଡ଼ ଏହି ୯ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ଓଡ଼ିଶାର ଅଧିକାଂଶ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନାଥିବା ଆକଳନ କରିଛି ପାଣିପାଗ ବିଭାଗ।