Odiapua.com

ଆସନ୍ତା କାଲି ବର୍ଷା ସମ୍ଭାବନା

ଭୁବନେଶ୍ଵର,୨୨/୦୯: ଉତ୍ତର ଆନ୍ଧ୍ର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଫଳରେ ଏହା ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ । ଏହାଛଡାଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହି ସବୁ ଜିଲ୍ଲା ଗୁଡିକ ହେଲା କଟକ, ମୟୁରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ନୟାଗଡ, ଜଗତସିଂହପୁର ଇତ୍ୟାଦି ସାମିଲ ରହିଛି ।