Home ଜିଲ୍ଲା ପରିକ୍ରମା ଆସନ୍ତା ୧୪ ତାରିଖରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଆସନ୍ତା ୧୪ ତାରିଖରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

23

ଭଦ୍ରକ, ୫ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ସଂଗ୍ରାମ କେଶରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧୀକରଣର ସଚିବ ନେହା ଅଗ୍ରୱାଲ ସୂଚନା ଦେଇଛନ୍ତି ଯେ ଜିଲ୍ଲା କୋର୍ଟ ପରିସର, ନଳାଙ୍ଗ, ଭଦ୍ରକରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଚଳିତ ମାସ ୧୪ ତାରିଖ ଦିବା ୧୦ ଘଟିକା ସମୟରେ ଅନୁଷ୍ଠିତ ହେବ । ବିଚାରପତିମାନେ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ଉପସ୍ଥିତ ରହି ପଞ୍ଜିକୃତ ହୋଇଥିବା ଦେୱାନୀ, ଫୌଜଦାରୀ, ପାରିବାରିକ, ମୋଟର ଯାନ ଦୁର୍ଘଟଣା, ବ୍ୟାଙ୍କ ଋଣ ଜନିତ ମାମଲାଗୁଡ଼ିକର ଫଇସଲା କରାଯିବ । ଦରିଦ୍ର, ନିସ୍ପେଶିତ ଓ ଅବହେଳିତ ତଥା ଗ୍ରାମାଞ୍ଚଳର ଲୋକମାନେ ଏହି ଅଦାଲତରେ ଯେପରି ବିନା ମୂଲ୍ୟରେ ନ୍ୟାୟ ପାଇପାରିବେ । ଲୋକ ଅଦାଲତ ମାଧ୍ୟମରେ ଅସମାହିତ ମୋକଦ୍ଦମା ଗୁଡ଼ିକର ଫଇସଲା କରାଯିବ । ଏହାର ସୁବିଧା ଯେପରି ଲୋକମାନେ ପାଇପାରିବେ ଓ ଏହାର ପ୍ରଚାର, ପ୍ରସାର ମାଧ୍ୟମରେ ଅଧିକରୁ ଅଧିକ ଲୋକ ଉପକୃତ ହୋଇପାରିବେ । ସେଥିପାଇଁ ଜିଲ୍ଲା ଆଇନ୍ ସେବା ପ୍ରାଧୀକରଣ ପ୍ରଚେଷ୍ଟା ଜାରି ରଖିଛି । ଜନସାଧାରଣ କୌଣସି ଦ୍ୱନ୍ଦ ବା ଭୟଭୀତ ନହୋଇ ଏ ଦିଗରେ ଆଗେଇ ଆସିବାକୁ ନିବେଦନ କରାଯାଇଛି । ଏହାଦ୍ୱାରା ବହୁ ଲୋକ ଉପକୃତ ହୋଇପାରିବେ ବୋଲି ଜିଲ୍ଲା ଆଇନ୍ ସେବା ପ୍ରାଧୀକରଣ ସଚିବ ନେହା ଅଗ୍ରୱାଲ ଆଶା ପୋଷଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.