Odiapua.com

ଆସନ୍ତା ୨୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ  ଲଘୁଚାପ ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ  ଦେଲା ସୁଚନା

ଭୁବନେଶ୍ୱର୨୧ା୧୦(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୩ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ଏହାର କେନ୍ଦ୍ର ରହିବ। ଏହାର ପ୍ରଭାବରେ ୨୪ ତାରିଖରୁ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବ । ଭାରତୀୟ ପାଣିପାଗ ବିଭାଗ  ସୂଚନା ଅନୁସାରେ ଉତ୍ତର ପୂର୍ବ ମୌସୁମି ବାୟୁ ପ୍ରବେଶ କରିବା ପରେ ତାମିଲନାଡ଼ୁ, କେରଳ, କର୍ଣ୍ଣାଟକ ଓ ଆନ୍ଧ୍ର ପ୍ରଦେଶରେ ମୌସୁମି ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ପଶ୍ଚିମ କେନ୍ଦ୍ରୀୟବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ଫଳରେ ଆସନ୍ତା କାଲି ଠାରୁ ତାମିଲନାଡ଼ୁ ଓ ଆନ୍ଧ୍ରପ୍ରଦେଶର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବଙ୍ଗୋପ ସାଗରରେ ଲଘୁଚାପ ପ୍ରଭାବରେ ଗୁରୁବାର ସକାଳୁ ବର୍ଷା ଆରମ୍ଭ ହେବ। ବିଶେଷକରି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।