Home Top News ଆସନ୍ତା ୨୯ରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ : ଆସନ୍ତା ୨୮ରେ ଅନୁଷ୍ଠିତ ହେବ ଗୁରୁତ୍ୱପୂର୍ଣ୍ଣ...

ଆସନ୍ତା ୨୯ରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ : ଆସନ୍ତା ୨୮ରେ ଅନୁଷ୍ଠିତ ହେବ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ

48

– କାର୍ଯ୍ୟକାରିଣୀରେ କେନ୍ଦ୍ରମନ୍ତ୍ରୀ, ରାଜ୍ୟ ସହ ପ୍ରଭାରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯୋଗ ଦେବେ
– ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ହେବ ଆଲୋଚନା

ଭୁବନେଶ୍ୱର, ୨୫/୦୬ (ଓଡ଼ିଆ ପୁଅ) : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଗୁରୁତ୍ତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାର ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ। ୨୯ ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଫୁଲନଖରା, କୁରାଙ୍ଗସ୍ଥିତ ‘ମୀରା କୋର୍ଟୟାର୍ଡ’ଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.