Home ଓଡ଼ିଶା ଆସନ୍ତା ୬ରୁ ବର୍ଷା !

ଆସନ୍ତା ୬ରୁ ବର୍ଷା !

640

ନୂଆଦିଲ୍ଲୀ, ୦୩/୧୧, (ଓଡ଼ିଆ ପୁଅ ପି ନାୟକ): ପୁଣି ରାଜ୍ୟରେ ହୋଇପାରେ ବର୍ଷା। କାରଣ ଥାଇଲାଣ୍ଡ ଉପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଫଳରେ ଆସନ୍ତା ୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ବର୍ଷା ହୋଇପାରେ। ଏହାସହ ପାଗ ମେଘୁଆ ରହିବା ସହ ଘଣ୍ଟାକୁ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି। ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବା ଫଳରେ ଓଡ଼ିଶାରେ କିଛି ମାତ୍ରାରେ ଏହାର ପ୍ରଭାବ ପଡିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.