Odiapua.com

ଆହୁରି ଛେଚିବ ୪୮ ଘଣ୍ଟା

ଭୁବନେଶ୍ୱର,୨୭/୭(ଓଡ଼ିଆ ପୁଅ/ପଙ୍କଜିନୀ ନାୟକ): ସାରା ରାଜ୍ୟରେ ଏବେ ବର୍ଷାର ପ୍ରକୋପ ଜାରି ରହିଥିବା ବେଳେ ଲଘୁଚାପ ଜନିତ ବର୍ଷା ଆହୁରି ୪୮ ଘଣ୍ଟା ଲାଗି ରହିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଯାହାଦ୍ୱାରା ଗତକାଲିଠୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି ।

ଆଜି ସକାଳେ ଭୁବନେଶ୍ୱର ସମେତ ଉପକୂଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହୋଇଛି । ତେବେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି । ଏହା ବ୍ୟତୀତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।, “ଆସନ୍ତା ୩୧ ତାରିଖରେ ପୁଣିଥରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରାଯାଉଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ।