ଭୁବନେଶ୍ଵର,୨୯/୦୯,(ଓଡ଼ିଆ ପୁଅ ପି ନାଏକ): ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଆହୁରି ୨୪ଘଣ୍ଟା ବର୍ଷିବ । ଦକ୍ଷିଣ ଉତ୍ତରପ୍ରଦେଶ ଓ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ବର୍ଷା ହେଉଛି । ୩୦ ତାରିଖ ସକାଳୁ ପାଗରେ ପରିବର୍ତ୍ତନ ଆସିବ। ଏହି ସମୟ ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୩ ତାରିଖ ଯାଏ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।