Odiapua.com

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର,୬ /୦୮(ଓଡିଆ ପୁଅ/ପଙ୍କଜିନୀ ନାୟକ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋପ୍ରେସରରେ ପରିଣତ ହେବାରେ ଲାଗିଛି । ଏହା ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ଅବପାତର ରୂପ ନେବ ବୋଲି ଆଶଙ୍କା କରାଯାଉଛି । ଏହା ପ୍ରଭାବରେ ଆଜିଠାରୁ ଲଗାତାର ୨ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ ।

ଏନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଏହା ସହ ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଟକ, ନବରଙ୍ଗପୁର, ବଲାଙ୍ଗିର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଜଗତ୍ସିଂହପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି ।

ଲଘୁଚାପ ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ। ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ। ସ୍ଥାନେ ସ୍ଥାନେ ପବନର ବେଗ ୬୦ କିମି ଛୁଇଁପାରେ। ତାହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଏହି ସମୟ ମଧ୍ୟରେ ସେମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।