Odiapua.com

ଇସ୍ପାତ ଖଣି ମନ୍ତ୍ରୀଙ୍କ ମାଲକାନଗିରି ଜିଲ୍ଲା ଗସ୍ତ : ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା

ମାଲକାନଗିରି, ୨୦/୬ (ଓଡ଼ିଆ ପୁଅ) ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ କୁମାର ମଳିକ ଆଜି ମାଲକାନଗିରି ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଵିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମୀକ୍ଷା ବୈଠକରେ ଖଣି ଓ ଇସ୍ପାତ ୱାର୍କସ ବିଭାଗ ମନ୍ତ୍ରୀ ପ୍ରଫୁଲ କୁମାର ମଳିକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜିଲ୍ଲାରେ ଚଳାଇଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ବିଶେଷ କରି ରାସ୍ତା, ପାନୀୟଜଳ, ସ୍ୱାସ୍ଥ୍ୟ, ଶିକ୍ଷା ସହିତ ଅନ୍ୟାନ୍ୟ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଗୁରତ୍ୱ ଦେଇଥିଲେ। ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ଗମନାଗମନର ବ୍ୟବସ୍ଥା ନିମନ୍ତେ ସବୁଗ୍ରାମକୁ ଯେପରି ସବୁଦିନିଆ ରାସ୍ତା, ପିଚୁ ରାସ୍ତା ନିର୍ମାଣ କରାଯିବ ସେନେଇ ଗୁରୁତ୍ୱ ଦେଇଥିଲେ। ବର୍ଷା ଦିନ ପୂର୍ବରୁ ରାସ୍ତା ଘାଟ ପୋଲ ନିର୍ମାଣ ସହିତ ଅନ୍ୟାନ୍ୟ ଉନ୍ନୟନ ମୂଳକ କାର୍ଯ୍ୟ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅନ୍ୟାନ୍ୟମାନଙ୍କ ମଧ୍ୟରେ ମାଲକାନଗିରି ବିଧାୟକ ଆଦିତ୍ୟ ପ୍ରସାଦ ମାଡ଼ି, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ବାକା, ପୌରପରିଷଦ ଅଧ୍ୟକ୍ଷ ମନୋଜ କୁମାର ବାରିକ, ସହିତ ବିଭାଗୀୟ ମୁଖ୍ୟ ଯନ୍ତ୍ରୀ, ଉପଜିଲ୍ଲାପାଳ ଅକ୍ଷୟ କୁମାର ଖେମୁଣ୍ଡୁ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ବାଳମୁକୁନ୍ଦ ଭୂୟାଁ, ପ୍ରମୁଖ ଅଧିକାରୀ ଓ ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଲୋଚନାରେ ଭାଗ ନେଇଥିଲେ।