Home Top News ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେବ ଦୁଇ ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ

ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେବ ଦୁଇ ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ

59

– ୨୫-୨୬ ଫେବୃଆରୀରେ କୋଣାର୍କ ଓ ଭୁବନେଶ୍ୱରରେ ଅନୁଷ୍ଠିତ ହେବ
– ଯୋଗଦେବେ କେନ୍ଦ୍ର ଇସ୍ପାତ ମନ୍ତ୍ରୀଙ୍କ ସମେତ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀ, ବରିଷ୍ଠ ଅଧିକାରୀ ଓ ଶିଳ୍ପ ଜଗତର ପ୍ରତିନିଧି

ଭୁବନେଶ୍ୱର ୨୪-୨ (ଓଡ଼ିଆ ପୁଅ) : ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କର ଏକ ମନ୍ତ୍ରୀସ୍ତରୀୟ ସମ୍ମିଳନୀ କୋଣାର୍କ ଓ ଭୁବନେଶ୍ୱର ଠାରେ ଆୟୋଜନ ହେବ। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ୨୫ରୁ ୨୬ ଫେବୃଆରୀ, ୨୦୨୨ରେ ଏହି ସମ୍ମିଳନୀ ଆୟୋଜନ କରାଯାଉଛି। ଆସନ୍ତା ୨୫ ତାରିଖ ଶୁକ୍ରବାର ଦିନ କୋଣାର୍କ ଠାରେ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଶ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଏବଂ ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ ଯୋଗଦେବେ। ଏଥିରେ ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରୀ, ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ରାଷ୍ଟ୍ରାୟତ୍ତ ଇସ୍ପାତ କମ୍ପାନୀର ବରିଷ୍ଠ ଅଧିକାରୀ ଓ ପ୍ରତିନିଧିମାନେ ଅଂଶଗ୍ରହଣ କରିବେ। ଏଥିରେ ଇସ୍ପାତ ଓ ଖଣି କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ବିଷୟ ବିଶେଷ କରି ରାଜ୍ୟ ମାନଙ୍କ ସମ୍ପର୍କରେ ସ୍ୱତନ୍ତ୍ର ଆଲୋଚନା ହେବ। ଏହାପରେ ୨୬ ଫେବୃଆରୀ, ଶନିବାର ଦିନ ଭୁବନେଶ୍ୱର ଠାରେ ସ୍ଥାନୀୟ ଶିଳ୍ପ ଜଗତର ପ୍ରତିନିଧିମାନଙ୍କ ସହିତ ଏକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ଏଥିରେ ଯୋଗଦେବେ। ଏହି ଅବସରରେ ‘ଦ୍ବିତୀୟକ ଇସ୍ପାତ କ୍ଷେତ୍ରରେ ରହିଥିବା ସମସ୍ୟା ଏବଂ ଆବଶ୍ୟକ ନୀତିଗତ ହସ୍ତକ୍ଷେପ’ ବିଷୟବସ୍ତୁକୁ ନେଇ ଏକ ଆଲୋଚନା ଅନୁଷ୍ଠିତ ହେବ। ବିଶେଷ କରି ଇସ୍ପାତ କ୍ଷେତ୍ର ପାଇଁ ପିଏଲଆଇ ଯୋଜନା ଉପରେ ଏକ ଉପସ୍ଥାପନା ଦିଆଯିବ। ସମ୍ମିଳନୀ ପାଇଁ ଅତିଥିମାନେ ୨୪ ତାରିଖରେ ଓଡ଼ିଶାରେ ପହଞ୍ଚି କୋଣାର୍କ ଓ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.