Home Top News ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହିତ ସ୍ଥାନୀୟ ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହିତ ସ୍ଥାନୀୟ ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

63
The Prime Minister, Shri Narendra Modi welcomes the Prime Minister of Israel, Mr. Benjamin Netanyahu, on his arrival, at Air Force Station, Palam, in New Delhi on January 14, 2018.

ନୂଆଦିଲ୍ଲୀ ୧୩-୬ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଏହି ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି।

ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଶ୍ରୀ ମୋଦୀଙ୍କୁ ସାମ୍ପ୍ରତିକ ଘଟଣାବଳୀ ସମ୍ପର୍କରେ ଅବଗତ କରାଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ପରିସ୍ଥିତିକୁ ନେଇ ଭାରତର ଚିନ୍ତା ବ୍ୟକ୍ତ କରିଥିଲେ। ବିଶ୍ୱ ଶାନ୍ତି ପ୍ରୟାସ ପ୍ରତି ଭାରତର ପ୍ରତିବଦ୍ଧତାକୁ ଦୋହରାଇ ଶ୍ରୀ ମୋଦୀ ଏହି ଅଞ୍ଚଳରେ ଶୀଘ୍ର ଶାନ୍ତି ଏବଂ ସ୍ଥିରତା ଫେରାଇ ଆଣିବାର ଜରୁରୀ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।

ସେ ଏକ୍ସ ରେ ଏକ ପୋଷ୍ଟରେ ଲେଖିଛନ୍ତି :

“ଇସ୍ରାଏଲର ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଠାରୁ ଏକ ଫୋନ କଲ୍ ପାଇଲି। ସେ ମୋତେ ପରିବର୍ତ୍ତିତ ପରିସ୍ଥିତି ବିଷୟରେ ଅବଗତ କରାଇଥିଲେ। ମୁଁ ଭାରତର ଚିନ୍ତାଧାରାକୁ ସେୟାର କରିଥିଲି ଏବଂ ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା ଶୀଘ୍ର ପୁନରୁଦ୍ଧାର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.