Home Top News ଉକୃଷ୍ଟ କୋଭିଚ୍ ପରିଚାଳନା ନିମନ୍ତେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାକୁ ଆର୍ଥିକ ସହାୟତା, ଡାକ୍ତରୀ ସରଞ୍ଜାମ...

ଉକୃଷ୍ଟ କୋଭିଚ୍ ପରିଚାଳନା ନିମନ୍ତେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାକୁ ଆର୍ଥିକ ସହାୟତା, ଡାକ୍ତରୀ ସରଞ୍ଜାମ ଓ ଉପକରଣ ଯୋଗାଇବ ଓଡ଼ିଶା ଔଷଧ ନିଗମ

135

ଭୁବନେଶ୍ବର, ମଇ ୨୬ (ଓଡ଼ିଆ ପୁଅ) ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ଉକୃଷ୍ଟ କୋଭିଡ୍ ପରିଚାଳନା ନିମନ୍ତେ ଆବଶ୍ୟକ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଓଡ଼ିଶା ଔଷଧ ନିଗମ ଯୋଗାଇବ। ଏ ନେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଯେହେତୁ ରାଜ୍ୟ ସରକାରଙ୍କ ତରଫରୁ ଏହି ନିଗମ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଂଗ୍ରହ କରିବା ପାଇଁ ଆବଶ୍ୟକୀୟ ବୈଷୟକ ଯୋଗ୍ୟତା, ଅନୁଭୂତି ରହିଛି, ତେଣୁ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପରାମର୍ଶ କ୍ରମେ ସମସ୍ତ ଜିଲ୍ଲାପାଳଙ୍କୁ ଏସବୁ ସାମଗ୍ରୀ ନିଗମ ମାଧ୍ୟମରେ ଯୋଗାଇ ଦେବା ପାଇଁ ଜଣାଇ ଦିଆଯାଇଛି। ଏହା ବ୍ୟତୀତ ଆବଶ୍ୟକୀୟ ସିଭିଲ୍ ଓ ବିଦ୍ୟୁତିକରଣ କାମ, ଆଇସିୟୁ ଶଯ୍ୟା, ଅମ୍ଳଜାନ ପାଇପଲାଇନ୍, ଡିଜି ସେଟ୍ ଇତ୍ୟାଦି ଡାକ୍ତରୀ ଓ ଅଣଡାକ୍ତରୀ ସରଞ୍ଜାମ ପାଇଁ ଜିଲ୍ଲାପାଳମାନେ ସିଧାସଳଖ ସ୍ଥାନୀୟ ବ୍ୟବସ୍ଥା ଅନୁସାରେ କ୍ରୟ ଓ ଯୋଗାଡ଼ କରିବେ। ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଉପଯୁକ୍ତ କୋଭିଡ୍ ପରିଚାଳନା ନିମନ୍ତେ ଆବଶ୍ୟକୀୟ ଜରୁରୀ ସରଞ୍ଜାମ ସଂଗ୍ରହ ଏବଂ ଭିତ୍ତିଭୂମି ନିର୍ମାଣ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ କିଛିଦିନ ପୂର୍ବରୁ ୨୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିଲା। ଜିଲ୍ଲାଗୁଡ଼ିକ ତରଫରୁ ଏଥିପାଇଁ ଯଥାଶୀଘ୍ର ପ୍ରସ୍ତାବ ଦେବାକୁ କୁହାଯାଇଥିଲା। ଏଥି ପାଇଁ ଜିଲ୍ଲାପାଳମାନଙ୍କ ସହ ପରାମର୍ଶ କରାଯାଇଥିଲା। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ଏହି ପ୍ରସ୍ତାବଗୁଡ଼ିକ ହସ୍ତଗତ ହେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ବ୍ୟାପକ। ବିଚାରବିମର୍ଶ ପରେ ପ୍ରସ୍ତାବଗୁଡ଼ିକୁ ଅନୁମୋଦନ କରିବା ସହ ଜରୁରୀ ସାମଗ୍ରୀ ସଂଗ୍ରହ ପାଇଁ ସବୁଜ ସଂକେତ ପ୍ରଦାନ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.