Odiapua.com

ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଆଜି ଶେଷ ଦିନ

ଭୁବନେଶ୍ଵର,୩୦/୦୯,(ଓଡ଼ିଆ ପୁଅ ପି ନାଏକ): ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଆଜି ଶେଷ ଦିନ । ଆଜି ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡ଼ି ଓ କଂଗ୍ରେସ ପ୍ରାର୍ଥୀ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିବେ ।ଏଥିପାଇଁ ପଦ୍ମପୁର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବିଜେଡ଼ି ରୀତା ସାହୁଙ୍କୁ ପ୍ରାର୍ଥୀ ଘୋଷଣା କରିଥିବାବେଳେ କଂଗ୍ରେସ ଦିଲୀପ ପଣ୍ଡାଙ୍କୁ ବିଜେପୁର ଉପନିର୍ବାଚନ ପାଇଁ ମଇଦାନକୁ ଓହ୍ଲାଇଛି । ସେହିପରି ବିଜେପୁର ପାଇଁ ବିଜେପି ବାଛିଲା ଯୋଦ୍ଧା । ସନତ ସମ୍ଭାଳିବେ ବିଜେପୁର ଭାର ।