Home କେନ୍ଦ୍ରାପଡ଼ା ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା

ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା

79

କେନ୍ଦ୍ରାପଡ଼ା, ୭ା୫ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଜଝାଙ୍ଗ ସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣ ଆହତ ହୋଇଛନ୍ତି। ଜଣେ ବ୍ୟକ୍ତି ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଅଭିଯୋଗ କରିବାକୁ ଆସିଥିଲେ। ଅଭିଯୋଗ ସାରି ସେ ଫେରୁଥିବା ବେଳେ ତାଙ୍କୁ ଏକ ବାଇକ ଧକ୍କା ଦେଇଥିଲା। ଫଳରେ ସଂପୃକ୍ତ ବ୍ୟକ୍ତି ଜଣକ ଆହତ ହୋଇଥିଲେ। ଏଥିସହ ବାଇକ ଚାଳକ ଯୁବକ ଓ ବାଇକରେ ବସିଥିବା ମହିଳା ମଧ୍ୟ ଆହତ ହୋଇଥିଲେ। ଆହତମାନଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସମସ୍ତ ଆହତ ଚିକିତ୍ସାଧିନ ଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.