Odiapua.com

ଏହି ଜିଲ୍ଲାଗୁଡିକ ସତର୍କ ସୂଚନା

ଭୁବନେଶ୍ଵର,୧୨/୦୯,(ଓଡ଼ିଆ ପୁଅ ପି ନାଏକ): ରାଜ୍ୟର୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ପୁରୀ, ଝାରସୁଗୁଡା ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ ।

ସକାଳ ୭ଟା ୩୦ମିନିଟରୁ ୧୦ଟା ୩୦ମିନିଟ୍ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ବର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ୧୪ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।