ଭୁବନେଶ୍ୱର ୦୮ ମଇ, ୨୦୨୦ (ଓଡ଼ିଆ ପୁଅ) ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତି। ଆଜି ୬୬୧୮ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି। ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୪୬, ୩୮୩ ଜଣ ଫେରିଛନ୍ତି ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି। ସେମାନେ ବସ୍, ଟ୍ରେନ୍ ଓ ଅନ୍ୟ ଯାନବାହନରେ ଆସୁଛନ୍ତି। କୋଭିଡ୍-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୟାରାଣ୍ଟାଇନ୍ ସ୍ଵାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୩, ୬୮୫ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୫, ୪୮, ୧୬୧ ଶଯ୍ୟର ବ୍ୟବସ୍ଥା କରାଯାଇଛି। ଆଜି ରାଜ୍ୟର ୪୯୪୮ ଗ୍ରାମ ପଞ୍ଚାୟତରେ ୩, ୧୯, ୧୪୦ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ୧୧୪ ଟି ପୌରାଞ୍ଚଳରେ ୩୫, ୩୩୯ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି।