Odiapua.com

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ, ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୬ -୧୦ (ଓଡ଼ିଆ ପୁଅ) ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ୭୫ ପୂରିଲା। ୭୬ ଚାଲିଲା। ୧୯୪୬ ଅକ୍ଟୋବର ୧୬ ତାରିଖରେ ଜନ୍ମ। କୋଭିଡ୍‌ ସଂକ୍ରମଣ ଦୃଷ୍ଟିରୁ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟାମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ।

କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ।ତେଣୁ ଆଜି ନବୀନ ନିବାସ ନ ଆସି କୋଭିଡ଼ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ, ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

୨୧ ବର୍ଷ ଧରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ଜନପ୍ରୀୟ ଲୋକନେତା ଏବଂ ଭାରତୀୟ ରାଜନୀତିର ଅନ୍ୟତମ ସଫଳ ବ୍ୟକ୍ତିତ୍ବ ହେଉଛନ୍ତି ନବୀନ ପଟ୍ଟନାୟକ। କ୍ରମାଗତ ୫ ଥର ତାଙ୍କ ନେତୃତ୍ତ୍ୱରେ ଦଳ ବିଜୟ ଲାଭ କରିଛି।