Home Top News ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ପାଇଁ ପୁରୀରେ ଏଏସଆଇର ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ନିଷ୍ପତି

ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ପାଇଁ ପୁରୀରେ ଏଏସଆଇର ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ନିଷ୍ପତି

31

ରାଜ୍ୟର ଗୌରବମୟ ଐତିହ୍ୟ ଓ କୀର୍ତ୍ତିରାଜିକୁ ସଂରକ୍ଷଣ କରିବା ଦିଗରେ ବଡ଼ ପଦକ୍ଷେପ – ଧର୍ମେନ୍ଦ୍ର ପ୍ରଧାନ

– ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ନଭେମ୍ବର ୧୦ (ଓଡ଼ିଆ ପୁଅ) – ଓଡ଼ିଶାରେ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ନିଷ୍ପତି ନେଇଥିବା ବେଳେ ଏହାକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସେ ଟ୍ୱିଟ୍ କରି କହିଛନ୍ତି ଐତିହ୍ୟ, ସଂସ୍କୃତି ଓ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଓଡ଼ିଶା। ଆମର ସମୃଦ୍ଧ ପରମ୍ପରା, ଐତିହ୍ୟ ଓ ଗୌରବମୟ ସଭ୍ୟତାକୁ ପୁର୍ନସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରନ୍ତର ଉଦ୍ୟମ କରୁଛନ୍ତି। ରାଜ୍ୟର ଗୌରବମୟ ସଂସ୍କୃତି ଓ ଐତିହ୍ୟକୁ ସୁରକ୍ଷିତ ଏବଂ ସଂରକ୍ଷଣ କରିବା ଦିଗରେ ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ ନିଷ୍ପତି ଏକ ବଡ଼ ପଦକ୍ଷେପ। ରାଷ୍ଟ୍ରପତି ହେବା ପରେ ମହାମହିମ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ ଏହି ପଦକ୍ଷେପ ନେଇଥିବାରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି କିଷାନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.