Odiapua.com

ଓଡ଼ିଆ ପ୍ରବାସୀ ଶ୍ରମିକମାନଙ୍କୁ ଗୁଜୁରାଟରୁ ଫେରାଇ ଆଣିବା ପାଇଁ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ ନବୀନଙ୍କ ଆଲୋଚନା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ

ଭୁବନେଶ୍ୱର ୨୬-୪ (ଓଡ଼ିଆ ପୁଅ) ଗୁଜୁରାଟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କୁ ଫେରାଇ ଆଣିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନିଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିଛନ୍ତି। ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାମିଲ୍ ଥିଲେ।

ତେବେ ଗୁଜରାଟରେ କାମକରୁଥିବା ଓଡ଼ିଆ ଶ୍ରମିକଙ୍କୁ ନିରାପଦ ଭାବେ ଓଡିଶାକୁ ଫେରାଇ ଆଣିବା ପାଇଁ ଦୁଇ ରାଜ୍ୟରୁ ଦୁଇ ଦୁଇଜଣ ବରିଷ୍ଠ ଅଫିସରକଙ୍କୁ ନେଇ ସମନ୍ଵୟ କମିଟି କରାଯିବ। ଶ୍ରମିକଙ୍କୁ ବସ ଯୋଗେ ଫେରାଇ ଆଣିବାକୁ ବ୍ୟବସ୍ଥା କରାଯିବ। ସେହିପରି ଅନ୍ୟ ପରିବହନ ମାଧ୍ୟମ ସମ୍ପର୍କରେ ଅନୁଧ୍ୟାନ କରି ନିଷ୍ପତ୍ତି ନିଆଯିବ।

ଶ୍ରମିକମାନଙ୍କୁ ନେଇ ଆସୁଥିବା ବସର ରୋଡ ଟ୍ୟାକ୍ସ ଛାଡ କରିବାକୁ ଓଡିଶା ଓ ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଛି। ଗୁଜୁରାଟରେ ଥିବା ଓଡିଆମାନଙ୍କୁ କିପରି ସୁରକ୍ଷିତ ଓଡିଶା ଆଣାଯିବ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଏଥିପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଛିତିଶଗଡ ସରକାରଙ୍କୁ ଅନୁରୋଧ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟଯେ, ଓଡ଼ିଶା ଫେରିବାକୁ ଚାହୁଁଥିବା ସମସ୍ତ ବ୍ୟକ୍ତିମାନଙ୍କର ପଞ୍ଜିକରଣ ବାଧ୍ୟତାମୂଳକ ଅଟେ। ଏଥିପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରାଯିବ, ଯେପରିକି ଓଡ଼ିଶାରେ ପହଞ୍ଚିବା ପରେ ସେମାନେ କ୍ୱାରେଣ୍ଟାଇନରେ ରହିବା ସହ ଅନ୍ୟାନ୍ୟ ସୁବିଧା ମଧ୍ୟ ପାଇପାରିବେ।