Odiapua.com

ଓଡ଼ିଶାର ପ୍ରଖ୍ୟାତ କଥାଶିଳ୍ପୀ ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକଓଡ଼ିଶା ଜଣେ ଉଚ୍ଚକୋଟିର ସାହିତ୍ୟିକାଙ୍କୁ ହରାଇଲା – ଧର୍ମେନ୍ଦ୍ର ପ୍ରଧାନ

– ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ

ଭୁବନେଶ୍ୱର, ଏପ୍ରିଲ ୨୪ (ଓଡ଼ିଆ ପୁଅ) –ଓଡ଼ିଶାର ପ୍ରଖ୍ୟାତ କଥାଶିଳ୍ପୀ ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ନିଜର ଉତ୍କୃଷ୍ଟ ଗଳ୍ପ ଓ ଉପନ୍ୟାସ ପାଇଁ ସେ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ି ଜଗନ୍ନାଥ ଦାସ, ସାହିତ୍ୟ ଏକାଡ଼େମୀ ଏବଂ ସାରଳା ସମ୍ମାନରେ ସମ୍ମାନିତ ହୋଇଛନ୍ତି।

ତାଙ୍କର ଅନେକ କ୍ଷୁଦ୍ରଗଳ୍ପ ଇଂରାଜୀ, ହିନ୍ଦି ଭାଷା ସମେତ ଅନେକ ଆଞ୍ଚଳିକ ଭାଷାରେ ଅନୁବାଦିତ ହୋଇ ପାଠକଙ୍କ ଦ୍ବାରା ଆଦୃତ ହୋଇପାରିଛି। ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଉଚ୍ଚକୋଟିର ସାହିତ୍ୟିକାଙ୍କୁ ହରାଇଲା।

ଶ୍ରୀ ପ୍ରଧାନ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।