Home ଜିଲ୍ଲା ପରିକ୍ରମା ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି, ଜୁଲାଇ ୧୪ ରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ...

ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି, ଜୁଲାଇ ୧୪ ରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ

32

ଭଦ୍ରକ, ୨୫ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଓଡ଼ିଶା ରାଜସ୍ୱ ଅମଲା ସଂଘର ଏକ ଗୁରୁତ୍ୱପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ଅନୁସାରେ ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ଭଦ୍ରକ ଜିଲ୍ଲା ସମ୍ପାଦକ ଶ୍ରୀଯୁକ୍ତ ତପନ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ୧୦ ଦଫା ସମ୍ବଳିତ ଦାବି ପତ୍ର ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ କୁମାର ରାଉତରାୟ ଙ୍କୁ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଛି। ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ଓଏସ୍‌ଆରପି-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ । ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ । ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମଶିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତିରେ ନିଯୁକ୍ତି ପ୍ରଦାନ କରାଯାଉ । ଓଡ଼ିଶା ରାଜସ୍ୱ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ସତ ପ୍ରତିଶତ ପଦୋନ୍ନତି ଦିଆଯାଉ । ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି । କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି କ୍ଷ ଏହି ପରିପ୍ରେକ୍ଷୀରେ, ଯଦି ରାଜ୍ୟ ସରକାର ଆଗାମୀ ୧୫ ଦିନ ମଧ୍ୟରେ ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ସଂଘ ଆଗାମୀ ଜୁଲାଇ ୦୭ ତାରିଖ ଠାରୁ ଜୁଲାଇ ୧୧ ତାରିଖ ଯାଏଁ କଳା ବ୍ୟାଜ୍ ପରିଧାନ କରିବ । ଏବଂ ତା ସତ୍ୱେ ଯଦି ରାଜ୍ୟ ସରକାର ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତେବେ, ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସଭାପତି ରବୀନ୍ଦ୍ର ଦତ, ସମ୍ପାଦକ ତପନ କୁମାର ସ୍ୱାଇଁ, ଉଦୟ ନାରାୟଣ ପଣ୍ଡା,ଅର୍ଚ୍ଚନା ଶେଠ୍‌,ଅମୂଲ୍ୟ ବେହେରା, ଅତୁଲ କୁମାର ନନ୍ଦୀ, ଜେମାମଣି ନାୟକ,ସରୋଜିନୀ ପଡ଼ିହାରି, ଓମ୍ମକାର ଦାଶ ଏବଂ ନିତ୍ୟାନନ୍ଦ ନାୟକ ପ୍ରମୁଖ ପ୍ରକାଶ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.