Home ଜିଲ୍ଲା ପରିକ୍ରମା ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି, ୧୧ ଅଗଷ୍ଟ ୨୦୨୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ...

ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି, ୧୧ ଅଗଷ୍ଟ ୨୦୨୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ

20

ଭଦ୍ରକ, ୩ା୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଓଡ଼ିଶା ରାଜସ୍ୱ ଅମଲା ସଂଘର ଗୁରୁତ୍ୱପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ଅନୁସାରେ ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କର ୯ ଦଫା ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କର ଅହେତୁକ ବିଳମ୍ବ ହେତୁ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ପରିପ୍ରେକ୍ଷୀରେ, ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘର, ଭଦ୍ରକ ଜିଲ୍ଲା ଶାଖାର ସଭାପତି ରବିନ୍ଦ୍ର କୁମାର ଦତଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରକାଶଥାଉକି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ଓଆରଏସପି-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ । ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ । ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମଶିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତିରେ ନିଯୁକ୍ତି ପ୍ରଦାନ କରାଯାଉ । ଓଡ଼ିଶା ରାଜସ୍ୱ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ଶତ ପ୍ରତିଶତ ପଦୋନ୍ନତି ଦିଆଯାଉ । ନୂତନ ପେନସନ ଯୋଜନାକୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି । କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି । ଏହି ପରିପ୍ରେକ୍ଷୀରେ, ରାଜ୍ୟ ସରକାର ଆଗାମୀ ୧୦ ଅଗଷ୍ଟ ୨୦୨୫ ତାରିଖ ମଧ୍ୟରେ ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଅଗଷ୍ଟ ୧୧ ତାରିଖ ଠାରୁ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସଭାପତି ରବିନ୍ଦ୍ର କୁମାର ଦତ, ସମ୍ପାଦକ ତପନ କୁମାର ସ୍ୱାଇଁ ପ୍ରକାଶ କରିଥିଲେ । ଏହି ଅବସରରେ ଉଦୟ ନାରାୟଣ ପଣ୍ଡା, ନିତ୍ୟାନନ୍ଦ ନାୟକ, ଏଲିନା ସେନାପତି, ସ୍ୱାଗତିକା ସାହୁ, ଆୟେଶକାନ୍ତ ନାୟକ, ଇତୁଲ କୁମାର ଘୋଷ, ରାଜେଶ ମାଝୀ, ସୁଧାଂଶୁ ପୋଥାଳ, ଖଗେନ୍ଦ୍ର ମଢେଇ ପ୍ରମୁଖ ଉପସ୍ଥିତ ଥିଲେ । ସହକାରୀ ସଂପାଦକ ଓଁକାର ଦାସ ସଭା ପରିଚାଳନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.