Home ଜିଲ୍ଲା ପରିକ୍ରମା ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ପ୍ରତିଷ୍ଠା ଦିବସ ପାଳିତ

ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ପ୍ରତିଷ୍ଠା ଦିବସ ପାଳିତ

28

ଭଦ୍ରକ, ୧୦ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ବନ୍ତ ବ୍ଲକ ପଳାସଗଢିଆ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ବିଦ୍ୟାଳୟ ସ୍ତରୀୟ ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୩’ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ପାର୍ଥ ସୁନ୍ଦର ମହାକୁଡଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ହଦଗଡ ଜବାହର ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷ ପି.ମଣିକନ୍ଦନ, ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟା ସୁମତୀ ସାହୁ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଅର୍ଜ୍ଜନ ଓ ଜୀବନ ଗଠନର ବହୁ ଉପାଦେୟ କଥା କହିଥିଲେ । ୨ୟ ପର୍ଯ୍ୟାୟରେ ମୁଖ୍ୟ ଅତିଥି ଭାବେ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ସମ୍ମାନୀତ ଅତିଥି ଭାବେ ବନ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ସେଠୀ ଯୋଗ ଦେଇ ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ମହତ୍ତ୍ୱ ବିଷୟରେ କହିବା ସହିତ ଏଠାରେ ଅଧୟନରତ ଛାତ୍ରଛାତ୍ରୀ ବିଦ୍ୟାର୍ଥୀ ଓ ଶୃଙ୍ଖଳୀତ ଭାବେ ଚରିତ୍ର ଗଠନ କରିଥାନ୍ତି ବୋଲି କହିଥିଲେ । ଅତିଥି ମାନେ ବିଦ୍ୟାଳୟର ଭିତ୍ତିଭୂମି, ଖେଳପଡିଆ ବିକାଶ ଦିଗରେ ପଦକ୍ଷେପ ଗ୍ରହଣ କରିବେ ବୋଲି ମତ ରଖିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ, ସାଧାରଣ ଜ୍ଞାନ, କବିତା ଆବୃତ୍ତି, ଚିତ୍ରାଙ୍କନ, ସଙ୍ଗୀତ, ନୃତ୍ୟ,ରଚନା ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ମାନସ ମାଝି,ଅବିନାଶ ତ୍ରିପାଠୀ,ତୃପ୍ତି ଦେହୁରୀ,ବିଶାଖା ଲେଙ୍କା,ମନୋରଞ୍ଜନ ବଳ,ସମର କୁମାର ପରିଡ଼ା,ଅମ୍ବିକା ଜେନା,ଅଶୋକ ମଲ୍ଲିକ,ନରେନ୍ଦ୍ର ଦାସ,ରତିକାନ୍ତ ପଣ୍ଡା ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.