Home ଜିଲ୍ଲା ପରିକ୍ରମା ଓଡ଼ିଶା ମୋ ପରିବାର ଓ ଜୀବନବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର

ଓଡ଼ିଶା ମୋ ପରିବାର ଓ ଜୀବନବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର

17

ଭଦ୍ରକ, ୫ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – କରୋନା ମହାମାରୀ ସମୟରେ ରକ୍ତ ସଂକଟକୁ ଦୂର କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନବିନ୍ଦୁ’ ଆନୁକୂଲ୍ୟରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ଜିଲାବ୍ୟାପୀ ବିଭିନ୍ନ ନିର୍ବାଚନ ମଣ୍ଡଳୀର ପଂଚାୟତ ଗୁଡିକରେ ରକ୍ତଦାନ ଶିବିର ଆୟୋଜିତ ହେଉଛି । ଏହି ଅବସରରେ ଆଜି ଏହି ଜିଲାର ଧାମନଗର ନିର୍ବାଚନ ମଣ୍ଡଳୀ ଅଧୀନସ୍ଥ ଭଗବାନପୁର ଗ୍ରାମପଞ୍ଚାୟତସ୍ଥିତ ତପନେଶ୍ୱର ଉଚ୍ଚ ବିଦ୍ୟାଳୟ ଇଚ୍ଛଦା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ମଂଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ତଥା ଓଡ଼ିଶା ମୋ ପରିବାରର ସଦସ୍ୟ ସଂଜୀବ ମଲ୍ଲିକ, ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ବ୍ଲକ୍ ଅଧ୍ୟକ୍ଷ ଅଶୋକ ନାୟକ ଓ ଜିଲା ଯୁବ ବିଜେଡି ସଭାପତି ମୁକୁନ୍ଦଦେବ ସାମଲଙ୍କ ସହ ଅନ୍ୟାନ୍ୟ ନେତୃବୃନ୍ଦ ଯୋଗ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.