Home Top News ଓଡ଼ିଶା ସରକାର ଓ ଏମସିଏଲ ସମନ୍ୱୟ ରକ୍ଷା କରି ଯଥାଶୀଘ୍ର ତାଳଚେର ମେଡ଼ିକାଲ କଲେଜକୁ କାର୍ଯ୍ୟକ୍ଷମ...

ଓଡ଼ିଶା ସରକାର ଓ ଏମସିଏଲ ସମନ୍ୱୟ ରକ୍ଷା କରି ଯଥାଶୀଘ୍ର ତାଳଚେର ମେଡ଼ିକାଲ କଲେଜକୁ କାର୍ଯ୍ୟକ୍ଷମ କରିବେ ବୋଲି ଆଶା-ଧର୍ମେନ୍ଦ୍ର ପ୍ରଧାନ

32

ରାଜ୍ୟ ସରକାରଙ୍କ ଦ୍ୱାରା ତାଳଚେର ମେଡିକାଲ କଲେଜ ପରିଚାଳନା ନିଷ୍ପତି ପ୍ରସଙ୍ଗ

ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ତାଳଚେର ମେଡ଼ିକାଲ କଲେଜକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତି ସ୍ୱାଗତଯୋଗ୍ୟ
ତାଳଚେର ମେଡ଼ିକାଲ କଲେଜ ପରିଚାଳନା ଦାୟିତ୍ୱ ଓଡ଼ିଶା ସରକାରଙ୍କୁ ହସ୍ତାନ୍ତର ନେଇ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିଥିଲେ କେନ୍ଦମନ୍ତ୍ରୀ
ଗତ ମାର୍ଚ୍ଚ ୯ରେ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କ ସହ ଆଲୋଚନା କରି ପତ୍ର ଲେଖିଥିଲେ କେନ୍ଦମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ତାଳଚେର ଠାରେ ଏମସିଏଲ ଦ୍ୱାରା ୪୯୨ କୋଟି ବ୍ୟୟରେ ଏହି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯାଉଛି
ଅନୁଗୋଳ ସମେତ ୬ଟି ଜିଲ୍ଲାର ପ୍ରାୟ ୭୦ ଲକ୍ଷ ଲୋକ ହେବେ ଉପକୃତରାଜ୍ୟର ଛାତ୍ରଛାତ୍ରୀମାନେ ମେଡ଼ିକାଲ ପଢ଼ିବାର ସୁଯୋଗ ମଧ୍ୟ ପାଇପାରିବେ

ନୂଆଦିଲ୍ଲୀ/ଭୁବନେଶ୍ୱର, ମଇ ୧୨ (ଓଡ଼ିଆ ପୁଅ) – ତାଳଚେର ସ୍ଥିତ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଏଣ୍ଡ୍ ରିସର୍ଚ୍ଚ(ମିମସାର)କୁ ଓଡ଼ିଶା ସରକାର ଓ ମହାନଦୀ କୋଲଡ ଫିଲ୍ଡ(ଏମସିଏଲ) ସମନ୍ୱୟ ରକ୍ଷା କରି ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବେ ବୋଲି ଆଶାବ୍ୟକ୍ତ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରାଜ୍ୟ ସରକାରଙ୍କ ଦ୍ୱାରା ତାଳଚେର ମେଡିକାଲ କଲେଜ ପରିଚାଳନା ନିଷ୍ପତି ପ୍ରସଙ୍ଗ ନେଇ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ତାଳଚେର ଠାରେ ଏମସିଏଲ ଦ୍ୱାରା ନିର୍ମିତ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଏଣ୍ଡ୍ ରିସର୍ଚ୍ଚକୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ହସ୍ତକ୍ଷେପ ପରେ ଓଡ଼ିଶା ସରକାର, ଏମସିଏଲର ସହଯୋଗରେ କାର୍ଯ୍ୟକାରୀ କରିବା ପାଇଁ ନେଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ। ସମସ୍ତଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଦେଶର ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ମେଡ଼ିକାଲ କଲେଜ ସ୍ଥାପନା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନା ରହିଛି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ତାଳଚେର ଠାରେ ଭାରତ ସରକାରଙ୍କ ଏମସିଏଲ ଦ୍ୱାରା ୪୯୨ କୋଟି ଟଙ୍କା ବ୍ୟୟରେ ଏହି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯାଉଛି।

ଓଡ଼ିଶା ସରକାର ଓ ଏମସିଏଲ ସମନ୍ୱୟ ରକ୍ଷା କରି ଯଥାଶୀଘ୍ର ମେଡ଼ିକାଲକୁ କାର୍ଯ୍ୟକ୍ଷମ କରିବେ ବୋଲି ଆଶା କରୁଛି। ତାଳଚେର ମେଡିକାଲ କଲେଜ କାର୍ଯ୍ୟକାରୀ ହେବା ଦ୍ୱାରା ଅନୁଗୋଳ ଜିଲ୍ଲା ସମେତ ଢ଼େଙ୍କାନାଳ, ଦେବଗଡ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ ଓ ନୟାଗଡ ଜିଲ୍ଲାର ପ୍ରାୟ ୭୦ ଲକ୍ଷ ଲୋକମାନେ ଉତମ ସ୍ୱାସ୍ଥ୍ୟ ସୁବିଧା ପାଇବା ସହ ରାଜ୍ୟର ଛାତ୍ରଛାତ୍ରୀମାନେ ମେଡ଼ିକାଲ ପଢ଼ିବାର ସୁଯୋଗ ପାଇପାରିବେ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି।

ସୂଚନାଯୋଗ୍ୟ, ମହନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଏଣ୍ଡ ରିସର୍ଚ୍ଚ (ମିମସାର)ରେ ଏମସିଏଲ ତରଫରୁ ୧୦୦ ଏମବିବିଏସ ସିଟ୍ ଓ ୫୦୦ଟି ମେଡ଼ିକାଲ ଶଯ୍ୟା ସହ ସମସ୍ତ ଆନୁଷାଙ୍ଗିକ ବ୍ୟବସ୍ଥା କରାଯାଇଛି। ହସ୍ପିଟାଲକୁ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବ୍ୟକ୍ତିଗତ ଭାବରେ ଭାରତ ସରକାରଙ୍କ କୋଇଲା ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ସହ ଗତ ମାର୍ଚ୍ଚ ୯ ତାରିଖରେ ତାଙ୍କୁ ପତ୍ର ଲେଖି ଓଡିଶା ସରକାରଙ୍କୁ କଲେଜର ପରିଚାଳନା ଦାୟିତ୍ୱ ଦେବା ନେଇ ଅବଗତ କରିଥିଲେ। ଓଡ଼ିଶା ସରକାରଙ୍କ ଦ୍ୱାରା ଏହି ହସ୍ପିଟାଲର ପରିଚାଳନା, ରକ୍ଷଣାବେକ୍ଷଣ, ପ୍ରଶାସନିକ ଦାୟିତ୍ୱ ନେବାକୁ ଚିଠି ଲେଖିବା ପାଇଁ ପରାମର୍ଶ ଦେଇଥିଲେ କେନ୍ଦ୍ରମନ୍ତ୍ରୀ। ଏହି ମର୍ମରେ ମେଡ଼ିକାଲ କଲେଜର ପରିଚାଳନା ଦାୟିତ୍ୱ ନେବା ପାଇଁ ଏମସିଏଲର ସିଏମଡ଼ି ଗତ ଏପ୍ରିଲ ୨୧ ତାରିଖରେ ପତ୍ର ଲେଖି ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଅନୁରୋଧ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.