Home ଓଡ଼ିଶା କନ୍ଧମାଳର ନୂତନ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଦାୟିତ୍ୱ ଗ୍ରହଣ

କନ୍ଧମାଳର ନୂତନ ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଦାୟିତ୍ୱ ଗ୍ରହଣ

26

କନ୍ଧମାଳ ୨୨-୬ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଥିବା ଜିଲାପାଳ ଡା. ଵୃନ୍ଦା ଡି ଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।ବୃନ୍ଦା ଡି ଙ୍କୁ ଓ ଏସଏମସିଏଲ, ଭୁବେନଶ୍ୱର କୁ ବଦଳି ହୋଇଛି। ଆଶିଷ ଈଶ୍ୱର ପାଟିଲ ଏଥି ପୂର୍ବରୁ ବାଲେଶ୍ୱର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ଜ଼ିଲ୍ଲାପାଳ ପାଟିଲ ଙ୍କୁ ପଚାରିବାରେ ଜିଲାର ଜନସାଧାରଣ ଙ୍କ ସର୍ବାଙ୍ଗୀନ ଉନ୍ନତି ପ୍ରତିଦୃଷ୍ଟି ଦେବେ ବୋଲି କହିଛନ୍ତି। ଲୋକଙ୍କ ସମସ୍ୟା ପ୍ରତି ଅଗ୍ରାଧିକାର ଭିତ୍ତି ରେ ଦୃଷ୍ଟି ଦେବେ ବୋଲି ଆହୁରି କହିଥିଲେ। ଆଜି ଦାୟିତ୍ୱ ଗ୍ରହଣ କରିବା ପରେ କନ୍ଧମାଳ ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ଭେଟି ସ୍ଵାଗତ ସମ୍ବର୍ଧନା ଜଣାଇବା ସହ ଜିଲାର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ। ଜିଲାପାଳ ପାଟିଲ ଗଣ ମାଧ୍ୟମ ର ଆନ୍ତରିକ ସହଯୋଗ କାମନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.