Home କେନ୍ଦୁଝର କରୋନା ଭୂତାଣୁ ସଂକ୍ରମଣର ସଚେତନତା କଲେ ବିଧାୟକ

କରୋନା ଭୂତାଣୁ ସଂକ୍ରମଣର ସଚେତନତା କଲେ ବିଧାୟକ

135

ପାଟଣା ୨୧-୩ (ଓଡ଼ିଆ ପୁଅ/ସନ୍ତୋଷ ପତି) – କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ସଭାଗୃହ ଠାରେ ବ୍ଲକ ସ୍ତରୀୟ କରୋନା ଭୂତାଣୁ ସଂକ୍ରମଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ବନାଥ ନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ କରୋନା ଭୂତାଣୁ ସଂକ୍ରମଣ ରୁ ନିଜକୁ ରକ୍ଷା କରିବା ପାଇଁ ସଚେତନତା ସୃଷ୍ଟି କରିବା ପାଇଁ ଓ କହିଥିଲେ। ପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଇଶ୍ଵର ଚନ୍ଦ୍ର ନାଏକ କରୋନା ଭୂତାଣୁ ସଂକ୍ରମଣ କୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପ ଗୁଡ଼ିକ ବିଷୟରେ ଆଲୋକପାତ କରିଥିଲେ।ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ସ୍ବାସ୍ଥ୍ୟ ଅଧିକାରୀ ଡ଼ଃ ସୁପ୍ରକାଶ ଶତପଥୀ କରୋନା ଭୂତାଣୁ କିପରି ବ୍ୟାପେ ଓ ସେଥିରୁ କିପରି ସୁରକ୍ଷିତ ରହିପାରିବା ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ଏହି ଶିବିରରେ ପାଟଣା ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀ ପ୍ରିୟା ବେହେରା, ଜି.ପି. ଓ‌ ରଶ୍ମୀ ରେଖା ମହାନ୍ତି, ପାଟଣା ବ୍ଲକ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଓ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ସମସ୍ତ କର୍ମଚାରୀ ଏବଂ ସମସ୍ତ ସମିତି ସଭ୍ୟ ସଭ୍ୟା ଯୋଗ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.