Odiapua.com

କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ

କେନ୍ଦ୍ରାପଡା ୧୨/୪(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ)- କରୋନା ପାଇଁ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ଆଜି ସୁଦ୍ଧା ଜିଲ୍ଲାର ୧୦ଲକ୍ଷ ୪୫ହଜାର ୧୪୫ ହିତାଧିକାରୀଙ୍କୁ ଏକକାଳିନ ୩ମାସର ଚାଉଳ ବଂଟନ କରାଯାଇଛି। ବିଦେଶରୁ ଆସିଥିବା ଜିଲ୍ଲାର ୫୮୯ଜଣ ପଞ୍ଜିକୃତ ହୋଇଥିବା ବେଳେ ରାଜ୍ୟ ବାହାରୁ ଆସିଥିବା ୮ହଜାର ୮୯୦ଜଣ ଙ୍କୁ ଆଜି ସୁଦ୍ଧା ପଞ୍ଜିକୃତ କରାଯାଇଛି। ତାଲାବନ୍ଦ ଆଇନ ଉଲ୍ଲଙ୍ଘନ କରିଥିବାରୁ ୧୩୧ଜଣ ଅଭିଯୁକ୍ତଙ୍କ ନାମରେ ୭୭ଟି ମାମଲା ରୁଜୁ କରାଯାଇ ୬୬ଟି ବାଇକ, ୧୦ଟି ଚାରି ଚକିଆ ଓ ୨ଟି ଅଟୋରିକ୍ସା ଜବତ କରାଯିବା ସହ ୬୯ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ପୈାରାଚଂଳର ୩୭୭ଜଣ ପଞ୍ଜିକୃତ ରାସ୍ତାକଡ ଦୋକାନୀଙ୍କୁ ୩ହଜାର ଟଙ୍କା ଲେଖାଁଏ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଜିଲ୍ଲାର ୪୮ହଜାର ୨୪୫ଜଣ ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ଲେଖାଁଏ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଜିଲ୍ଲାପାଳ ସମର୍ଥ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖିବାକୁ ଅନୁରୋଧ କରିଛନ୍ତି। ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି।