Home କୋରାପୁଟ କରୋନା ସଚେତନତା ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ

କରୋନା ସଚେତନତା ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ

51

କୋରାପୁଟ ୦୬-୦୬(ଓଡିଆ ପୁଅ /ରଂଜନ ଦାସ)ଜିଲ୍ଲାପାଳଙ୍କ  କାର୍ଯ୍ୟାଳୟ ସମ୍ମୁଖରେ କରୋନା ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି ।କୋରାପୁଟ ଜିଲ୍ଲାପାଳ ଅବଦ୍ଦାଲ ଏମ ଅଖତର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଦେଖାଇ ରଥର ଶୁଭାରମ୍ଭ କରିଥିଲେ । ଓଡିଆ ଭାଷା , ସାହିତ୍ୟ ଓ ସଂସ୍କୃତି  ବିଭାଗ,ସୂଚନା ଓ ଲୋକ ସଂପର୍କ ବିଭାଗ ଏବଂ ୟୁନିସେଫର ମିଳିତ ସହଯୋଗରେ  କରୋନା ସଚେତନତା ରଥଟି ଜିଲ୍ଲାର  ବ୍ଲକ ଓ ସହରାଂଚଳରେ ବୁଲି ଲୋକମାନନଙ୍କୁ  ଠିକ ଭାବେ ମାସ୍କ ପିନ୍ଧିବା , ସାମାଜିକ ଦୂରତା ବଜାଇ ରଖିବା , କରୋନାର  ଅନ୍ୟାନ୍ୟ ଉପଯୁକ୍ତ ଆଚରଣ ସଂପର୍କରେ ଭିଡିଓ ମାଧ୍ୟମରେ ସଚେତନତା କରାଇବ ବୋଲି ଜଣାପଡିଛି ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଦେବେନ କୁମାର ପ୍ରଧାନ ,କୋରାପୁଟ ମ୍ୟୁନସିପାଲଟି ନିର୍ବାହୀ ଅଧିକାରୀ ଆଲୋକ ରଂଜନ ସାମନ୍ତରାୟ ,ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜଗନ୍ନାଥ ପ୍ରସାଦ ରାୟ୍‌ଗୁରୁ, କୋରାପୁଟ ଉପଖଣ୍ଡ ପୋଲିସ ଅଧିକାରୀ ଗୁଣନିଧି ମଲ୍ଲିକ , କୋରାପୁଟ ଟାଉନ ଥାନା ଅଧିକାରୀ ଧିରେନ ପଟନାୟକ ଓ ୟୁନିସେଫର ସନ୍ତୋଷ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.