Home Coronavirus Outbreak କର୍ଣ୍ଣାଟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଲୋଚନା ଘରକୁ ଫେରିବେ ଉଭୟ...

କର୍ଣ୍ଣାଟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଲୋଚନା ଘରକୁ ଫେରିବେ ଉଭୟ ରାଜ୍ୟରେ ରହୁଥିବା ଓଡ଼ିଆ

833

ଭୁବନେଶ୍ବର, ୦୨.୦୫ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ବି.ଏସ୍.ୟେଦିୟୁରସ୍କା ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ.ଏସ୍ ଜଗନମୋହନ୍ ରେସ୍ତ୍ରୀଙ୍କ ସହିତ ଉଭୟ ରାଜ୍ୟରେ ଅଟକି ରହିଥିବା ଓଡ଼ିଆ ମାନଙ୍କ ଫେରିବା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ବୈଠକରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କନ୍ଫରେନ୍ସିଂ ଜରିଆରେ ଯୋଗ ଦେଇଥିଲେ।

ଲକ୍ ଡାଉନ୍ ସମୟରେ ଉଭୟ ରାଜ୍ୟ ସରକାର ସେଠାରେ ରହିଥିବା ଓଡ଼ିଆମାନଙ୍କର ଉପଯୁକ୍ତ ଯତ୍ନ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଟକ ମୁଖ୍ୟମନ୍ତ୍ରୀ ଶ୍ରୀ। ୟେଦିୟୁରପ୍ତା ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ରେଢ଼ୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଓଡ଼ିଶା ଆସିବାକୁ ଚାହୁଁଥିବା ଓଡିଆ ଲୋକମାନେ ଯେପରି ସୁବିଧାରେ ଫେରି ଆସି ପାରିବେ ସେଥିରେ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଆଲୋଚନା ସମୟରେ ଉଭୟ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଓ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଦର୍ଶାଇଥିଲେ ଯେ ସେମାନଙ୍କ ରାଜ୍ୟ ସରକାର ଇତି ମଧ୍ୟରେ ଅନେକ କାର୍ଯ୍ୟ ଆରମ୍ଭ କରିଲେଣି। ତେଣୁ ଯେଉଁମାନେ ଚାହିଁବେ ସେମାନେ ସେଠାରେ ରହି ମଧ୍ୟ କାମ କରିପାରିବେ। ଯେଉଁମାନେ ନିଜ ରାଜ୍ୟକୁ ଫେରିବାକୁ ଚାହାନ୍ତି, ସେମାନଙ୍କୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିଲେ।

ଯେଉଁମାନେ ଓଡିଶା ଫେରିବାକୁ ଆଗ୍ରହୀ ସେମାନଙ୍କୁ ଯେପରି ସେଠାରୁ ଓଡ଼ିଶା ସରକାରଙ୍କ ଅନଲାଇନ୍ ପୋର୍ଟାଲରେ ପଞ୍ଜୀକରଣ କରିପାରିବେ ସେଥିପାଇଁ ସହଯୋଗ କରିବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କର୍ଣ୍ଣାଟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ଓଡିଶା ଫେରିବାକୁ ଚାହୁଁଥିବା ଓଡିଆ ଲୋକମାନଙ୍କର ସ୍କ୍ରିନିଂ, ରେଜିଷ୍ଟ୍ରେସନ ଏବଂ ଯାତ୍ରା ସମ୍ପର୍କିତ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ଏକ ବିଧିବଦ୍ଧ ପ୍ରୋଟୋକଲ୍ ପ୍ରସ୍ତୁତି ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଶ୍ରୀ ଆର୍ ବାଲକ୍ରିଷ୍ଣନ୍, ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ୍ ତ୍ରିପାଠୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.