Home ଅନୁଗୁଳ କଳମଛୁଇଁ ଶିଶୁମନ୍ଦିରରେ ଗୁରୁ ଦିବସ ପାଳିତ

କଳମଛୁଇଁ ଶିଶୁମନ୍ଦିରରେ ଗୁରୁ ଦିବସ ପାଳିତ

179

ତାଳଚେର,୫/୯(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ତାଳଚେର ବ୍ଲକ ଅନ୍ତର୍ଗତ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଛାତ୍ରଛାତ୍ରୀମାନଙ୍କର ଅନୁପସ୍ଥିତିରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶିକ୍ଷାବିତ୍ ଦିବାକର ବାରିକ ଓ ସମ୍ପାଦକ ବିଭୂତି ଭୂଷଣ ସ୍ୱାଇଁ ଯୋଗ ଦେଇଥିଲେ । ଏହି ଅବସରରେ ଅତିଥିମାନେ ଡ.ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ପ୍ରଦୀପ ପ୍ରଜ୍ଜଳନ କରିଥିଲେ । ବକ୍ତା ଭାବରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶରତ ଚନ୍ଦ୍ର ଦାସ ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଡ.ସର୍ବପଲ୍ଲୀ ରାଧାକୃଷ୍ଣନ୍‌ଙ୍କ କର୍ମମୟ ଜୀବନ ଉପରେ ଆଲୋକପାତ କରିବା ସହ ଭାରତୀୟ ସଂସ୍କୃତିରେ ଗୁରୁ ପୂଜାର ମହତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ । ଆଚାର୍ଯ୍ୟା ପ୍ରିୟଙ୍କା ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆଚାର୍ଯ୍ୟ କୁମୁଦ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । କୋଭିଡ-୧୯ର ନିୟମ ପାଳନ କରାଯାଇ ସ୍ୱଳ୍ପ ଗୁରୁଜୀ, ଗୁରୁମାଙ୍କ ଉପସ୍ଥିତିରେ ବିଧିରକ୍ଷା ପୂର୍ବକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.