Home ଅନୁଗୁଳ କଳମଛୁଇଁ ଶିଶୁମନ୍ଦିରରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ

କଳମଛୁଇଁ ଶିଶୁମନ୍ଦିରରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ

20

ତାଳଚେର,୨୯/୧୨(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶିଶୁ ବାଟିକା ବିଭାଗର “ଘର ହିଁ ବିଦ୍ୟାଳୟ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା ସମିତିର ସମ୍ପାଦକ ବିଭୂତି ଭୂଷଣ ସ୍ୱାଇଁ ଓ ମୁଖ୍ୟ ବକ୍ତା ଭାବରେ ଶିକ୍ଷା ବିକାଶ ସମିତି,ମଧ୍ୟ ସମ୍ଭାଗ ସଙ୍ଗୀତ ପ୍ରମୁଖ ନିର୍ମଳ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଅତିଥିମାନେ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିଲେ । ବିଦ୍ୟାଳୟର ପ୍ରାତଃ ପର୍ଯ୍ୟାୟ ପ୍ରମୁଖ ଆଚାର୍ଯ୍ୟ କୁମୁଦ ଚନ୍ଦ୍ର ବେହେରା ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ମୁଖ୍ୟ ବକ୍ତା ଶ୍ରୀ ପ୍ରଧାନ ଶିଶୁର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସଂସ୍କାରପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପକ୍ଷରୁ ଶିଶୁମାନଙ୍କ ଶିକ୍ଷା ଉପକରଣ ସମ୍ବଦ୍ଧୀୟ ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା । ଶିଶୁ ବାଟିକା ପ୍ରମୁଖ ଆଚାର୍ଯ୍ୟା କଳ୍ପନା ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆଚାର୍ଯ୍ୟା ସରସ୍ୱତୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଆଚାର୍ଯ୍ୟା ରୀତା ଭୂତିଆ,ଅର୍ଚ୍ଚନା ସାହୁ,କିଶୋର ଚନ୍ଦ୍ର ସାହୁ,ରଞ୍ଜୁବାଳା ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.