Odiapua.com

କଳମଛୁଇଁ ସରସ୍ୱତୀ ଶିଶୁମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ

ତାଳଚେର, ୧୧/୮ (ଓଡ଼ିଆ ପୁଅ/ଅଜିତ ବେହେରା) : ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶିକ୍ଷାବିତ୍ ଦିବାକର ବାରିକ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ସମ୍ପାଦକ ବିଭୂତି ଭୂଷଣ ସ୍ୱାଇଁ, ମୁଖ୍ୟ ବକ୍ତା ଭାବରେ ଆଚାର୍ଯ୍ୟ ମଳୟ କୁମାର ଦାସ, ସମ୍ମାନୀତ ଅତିଥି ଭାବରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଅନୁଗୋଳ ଜିଲ୍ଲାର ପ୍ରଚାର ପ୍ରସାର ବିଭାଗର ମୁଖ୍ୟ ମାୟାଧର ସାହୁ, ବିଦ୍ୟାଳୟର ଯୁଗ୍ମ ସମ୍ପାଦକ ତପନ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ମୁଖ୍ୟ ବକ୍ତା ଶ୍ରୀ ଦାସ ଭାରତୀୟ ସଂସ୍କୃତିରେ ରକ୍ଷା ବନ୍ଧନର ମହତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ରେ ଉତୀର୍ଣ୍ଣ ହୋଇଥିବା ଛାତ୍ରୀ ସ୍ମିତାରାଣୀ ମାଝୀ, ପ୍ରିନ୍ସପ୍ରିୟା ସାହୁ ଓ ଦିବ୍ୟାଂଶି ଦୀପଶିଖାଙ୍କୁ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାପରେ ପ୍ରକୃତି ବନ୍ଦନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅତିଥିମାନେ ବିଦ୍ୟାଳୟ ପରିସରରେ ଥିବା ବୃକ୍ଷଗୁଡିକର ପୂଜାର୍ଚ୍ଚନା କରିବା ସହ ରକ୍ଷାବନ୍ଧନ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଗୁରୁଜୀ, ଗୁରୁମାମାନେ ପରସ୍ପର ହାତରେ ରାଖୀ ବାନ୍ଧିଥିଲେ। କାର୍ଯ୍ୟକ୍ରମକୁ ଆଚାର୍ଯ୍ୟା ପ୍ରିୟଙ୍କା ବେହେରା ଓ ସରସ୍ୱତୀ ସାହୁ ପରିଚାଳନା କରିଥିବା ବେଳେ ଆଚାର୍ଯ୍ୟ ଅନୀଲ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଆଚାର୍ଯ୍ୟ କୁମୁଦ ଚନ୍ଦ୍ର ସାହୁ, ବସନ୍ତ କୁମାର ମହାନ୍ତି, ଶରତ ଚନ୍ଦ୍ର ଦାସ, ବିଷ୍ଣୁଚରଣ ମହାପାତ୍ର, ଟୁନିତା ସାହୁ, ଜ୍ୟୋର୍ତିମୟୀ ସେନାପତି, ସୁଶ୍ରୀ ତ୍ରିପାଠୀ, ଭଗବତୀ ମହାପାତ୍ରଙ୍କ ସହ ସମସ୍ତ ଗୁରୁଜୀ, ଗୁରୁମା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।