Home ଜିଲ୍ଲା ପରିକ୍ରମା କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ

କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ

82

ଭଦ୍ରକ, ୯ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – କାଳଜୟୀ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ର ସ୍ରଷ୍ଟା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଏକ ପ୍ରତିମୂର୍ତ୍ତି ଭଦ୍ରକ ବାଇପାସ୍ ଛକରେ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଆଜି ସନ୍ଧ୍ୟାରେ ଅନାବରଣ କରିଛନ୍ତି । ଏହି ଉତ୍ସବରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ରାଜ୍ୟ ବିରୋଧୀଦଳ ଉପନେତା ବିଷ୍ଣୁ ସେଠୀ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ ରାୟ, ଭଦ୍ରକ ବିଧାୟକ ସଂଜୀବ କୁମାର ମଲ୍ଲିକ, ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷ ଜଗନ୍ନାଥ ସ୍ୱାଇଁ, ପଣ୍ଡିତ ସଂଗ୍ରାମ ଆଚାର୍ଯ୍ୟ, ପୂର୍ବତନ କାଉନସିଲର ପ୍ରବୀର ଜେନା, ଜିଲ୍ଲାପାଳ ଡ. ଜ୍ଞାନ ଦାସ, ଉପଜିଲ୍ଲାପାଳ ପୀତାମ୍ବର ସାମଲ, ପୌର ନିର୍ବାହୀ ଅଧିକାରୀ ବିଚିତ୍ରାନନ୍ଦ ନାୟକ ପ୍ରମୁଖ ଯୋଗ ଦେଇ କାନ୍ତକବିଙ୍କ ଜୀବନୀ, ଆଦର୍ଶ ସମ୍ପର୍କରେ ବକ୍ତବ୍ୟ ରଖିବା ସହ ତାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଆଇନଜୀବୀ ଅତିସ୍ ବେହେରା ଉତ୍ସବରେ ସଂଯୋଜନା କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.