Home ଜିଲ୍ଲା ପରିକ୍ରମା କାର୍ମେଲ ସ୍କୁଲରେ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

କାର୍ମେଲ ସ୍କୁଲରେ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

44

ଭଦ୍ରକ, ୭ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆଜି ୨୦୨୨-୨୩ ଶିକ୍ଷାବର୍ଷର ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶର କୃତି ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଏକ ଅଭିନନ୍ଦନ ଉତ୍ସବ କାର୍ମେଲ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମକ୍କୀ ହବିବ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଥିଲେ । ଏବଂ ୨୦୨୨-୨୩ ଶିକ୍ଷାବର୍ଷ ଦଶମ ଶ୍ରେଣୀର ମୋଟ ୮୯ ଜଣ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଶତକଡା ୯୦ ରୁ ଅଧିକ ରଖିଥିବା ୩୧ ଜଣ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସହ ମେଧାବୃତ୍ତି, ଟ୍ରଫି ଓ ମାନପତ୍ର ବଣ୍ଟନ କରାଯାଇଥିଲା । ପୌରାଧ୍ୟକ୍ଷା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିବାବେଳେ ବିଦ୍ୟାଳୟର ଅଧ୍ୟକ୍ଷା ସିଷ୍ଟର ସେମା ପିଲାମାନଙ୍କର ଉତ୍ତୋରତ୍ତର କାମନା ପୂର୍ବକ ଏକ ପ୍ରେରଣା ଦାୟକ ଅଭିଭାଷଣ ଉପସ୍ଥାପନ କରିଥିଲେ । ବିଦ୍ୟାଳୟର ପରିଚାଳକ ସିଷ୍ଟର ଅର୍ପିତାଙ୍କ ସମେତ ଅଭିଭାବକ ଓ ଶିକ୍ଷକ-ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ । କୃତି ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତାକୁ ପିଲାମାନଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର କୁନି କୁନି ପିଲାମାନଙ୍କ ଦ୍ୱାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ବିଦ୍ୟାଳୟର କ୍ୟାପଟେନ୍ ତଦାସା ମଲ୍ଲିକ କୃତଜ୍ଞତା ଜ୍ଞାପନ ପୂର୍ବକ ଧନ୍ୟବାଦ ଅର୍ପଣ ପରେ ଜାତୀୟ ସଂଗୀତ ଗାନ କରି ସଭା ଉଦ୍‌ଯାପନ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.