Home Top News କାଳିଆ ଯୋଜନାରେ ୧୮ ଲକ୍ଷ ଭୂମୀହୀନ କୃଷକ ପରିବାରଙ୍କୁ ୩୮୬ କୋଟି ଟଙ୍କାର ସ୍ବତନ୍ତ୍ର କୋଭିଡ୍...

କାଳିଆ ଯୋଜନାରେ ୧୮ ଲକ୍ଷ ଭୂମୀହୀନ କୃଷକ ପରିବାରଙ୍କୁ ୩୮୬ କୋଟି ଟଙ୍କାର ସ୍ବତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

206

ଭୁବନେଶ୍ୱର ୩୦-୬ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନାରେ ୧୮ ଲକ୍ଷ ଭୂମୀହୀନ କୃଷକ ପରିବାରଙ୍କୁ ୩୮୬ କୋଟି ଟଙ୍କାର ସ୍ବତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ।

କରୋନା କାଳରେ ରାଜ୍ୟର ୧୮ ଲକ୍ଷ ଭୂମୀହୀନ କୃଷକ ପରିବାର କଷ୍ଟକର ଜୀବନ ବିତାଉଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କର ଏପରି ପଦକ୍ଷେପ ନିଶ୍ଚିତ ଭାବରେ ସେମାନଙ୍କର ଆର୍ଥିକ ଚିନ୍ତା ଦୂକ କରିବ।

ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି। ବିଶ୍ବବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ। ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ। ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି।’

କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଭାଇ ସଂଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି। ‘ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଚାଷୀଙ୍କ ପାଇଁ ଆରମ୍ଭରୁ ସେ କାମ କରିଆସିଛନ୍ତି ଏବଂ କରିଚାଲିବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଭଲ ରହିଲେ ଦେଶ ଓ ସମାଜ ଭଲରେ ରହିବ। ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଚାଷୀଭାଇ ପାଇଁ ବିଭିନ୍ନ ଯୋଜନା କରିଆସୁଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.