Home Top News କେଉଁ ସ୍ୱାର୍ଥରେ ଭୁବନେଶ୍ୱର ସାଂସଦଙ୍କ ଅସାମାଜିକ ଆଚରଣକୁ ରାଜ୍ୟ ବିଜେପି ସଭାପତିଙ୍କ ସମର୍ଥନ? ବିଜେଡି

କେଉଁ ସ୍ୱାର୍ଥରେ ଭୁବନେଶ୍ୱର ସାଂସଦଙ୍କ ଅସାମାଜିକ ଆଚରଣକୁ ରାଜ୍ୟ ବିଜେପି ସଭାପତିଙ୍କ ସମର୍ଥନ? ବିଜେଡି

43

ମହିଳାଙ୍କୁ ଅସଦାଚରଣ କରିଛନ୍ତି ଅପରାଜିତାଙ୍କ ପ୍ରାଇଭେଟ ସିକ୍ୟୁରିଟି
ଆଗାମୀ ଦିନରେ ବିଜେପି ନେତା ବି ବାଦ ପଡିବେନି

ଭୁବନେଶ୍ୱର, ୨୬/୧୧ (ଓଡ଼ିଆ ପୁଅ) : ଗୁରୁବାର ଦିନ ସନ୍ଧ୍ୟାରେ ବିଭିନ୍ନ ସମସ୍ୟା ନେଇ ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରଶ୍ନ ପଚାରିବାକୁ ଯାଇଥିବା ସ୍ଥାନୀୟ ବସ୍ତିର ମହିଳାମାନଙ୍କୁ ଯେଉଁ ଭଳି ଭାବେ ସାଂସଦଙ୍କ ଘରୋଇ ସୁରକ୍ଷା ବାହିନୀ ଆକ୍ରମଣ ଓ ଅସଦାଚରଣ କଲେ ତାହାକୁ ଯେତେ ନିନ୍ଦା କଲେ ବି କମ୍ ହେବ। ଏଭଳି କାର୍ଯ୍ୟକୁ କେଉଁ ସ୍ୱାର୍ଥରେ ରାଜ୍ୟ ବିଜେପି ସଭାପତି ସମର୍ଥନ କରୁଛନ୍ତି ବୋଲି ପଚାରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି।

ରାଜ୍ୟ ବିଜେପି ସଭାପତିଙ୍କୁ ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ପୂର୍ବରୁ ତାଙ୍କ ନିଜ ଦଳର କର୍ମୀମାନେ ମଧ୍ୟ ଅପରାଜିତାଙ୍କ ଏହି ଘରୋଇ ସୁରକ୍ଷା ବାହିନୀ ଗୁଣ୍ଡାମାନଙ୍କ ଆକ୍ରମଣରୁ ବର୍ତ୍ତି ନାହାନ୍ତି। ଏଥିରୁ ଗୋଟିଏ ଘଟଣା ଗତକାଲି ଘଟିଛି ଏବଂ ଏ ନେଇ ଥାନାରେ ମାମଲା ବି ହୋଇଛି। ଏମାନେ ଏମିତି ଉତ୍ପାତ କଲେଣି ଯେ ତାଙ୍କ ଦଳର ନେତାଙ୍କୁ ବି ଆଉ ଛାଡିବେନି।

ତେଣୁ ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି ମୁଖିଆ ହିସାବରେ ସାଂସଦଙ୍କ ଏଭଳି ଆସାମାଜିକ ଆଚରଣକୁ ନିୟନ୍ତ୍ରଣ ନକରି କେଉଁ ବାଧ୍ୟବାଧକତାରେ ସାଂସଦଙ୍କ ସପକ୍ଷରେ ମତ ରଖିଲେ ତାହା ଆମକୁ ବିସ୍ମିତ କରିଛି ବୋଲି ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.