ହାଟଡିହି-୩୦/୭: (ଓଡିଆପୁଅ / ବିକାଶ ବିଶ୍ୱାଳ) ଆନନ୍ଦପୁରର ବିଜେପି ନେତା ଆଲୋକ ସେଠୀ ଓ ଜିଲ୍ଲା ବିଜେପି ସମ୍ପାଦକ ଜ୍ଞାନ ରଞ୍ଜନ ସାମନ୍ତ ସିଂହାର ଆଜି ଦିଲ୍ଲୀରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତାବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ହାଟଡିହି ଓ ଘଟଗାଁରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ସହିତ କେନ୍ଦୁଝରରେ ଏକ ଆଦିବାସୀ ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ନେଇ ଆଲୋଚନା କରିଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାକୁ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟରୁ ମୁକ୍ତକରି ଏକ ସ୍ୱତନ୍ତ୍ର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବାନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ଭଳି ଏକ ଗୁରୁତ୍ୱପୁର୍ଣ୍ଣ ଓ ସମ୍ମାନଜନକ ବିଭାଗର ଦାୟିତ୍ୱ ମିଳିଥିବାରୁ ତାଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିବାସହ ଅଭିନନ୍ଦନ ଜଣାଇଥିଲେ ।