Odiapua.com

କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍ : ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିବାରୁ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ଜୁଲାଇ ୧୮ (ଓଡ଼ିଆ ପୁଅ) – ଓଡ଼ିଶା କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓଡ଼ିଆ ମାଟିର ଝିଅ ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ଭୋଟ୍ ଦେଇଥିବା ଘୋଷଣାକୁ ସ୍ୱାଗତ କରିବା ସହ ଟ୍ୱିଟ୍ କରି ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସେ ଟ୍ୱିଟ୍ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ଏନଡିଏ ପକ୍ଷରୁ ଓଡ଼ିଆ ଜନଜାତି ଜନନେତ୍ରୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ପରେ ତାଙ୍କ ପ୍ରତି ସାରା ଦେଶରୁ ସମର୍ଥନର ସୁଅ ଛୁଟିଥିଲା। ରାଜନୈତିକ ମତ ପାର୍ଥକ୍ୟ ଓ ବିରୋଧ ସତ୍ତ୍ୱେ ମୋଦିଙ୍କ ନିଷ୍ପତି ସହ ସାରା ଦେଶର ଅନେକ ରାଜନୈତିକ ଦଳ ସ୍ୱର ମିଳାଇ ଦ୍ରୌପଦୀଙ୍କୁ ସମର୍ଥନ ଦେବା ପାଇଁ ସହମତି ପ୍ରକାଶ କରିଥିଲେ। ଆଜି ବିଧାୟକ ଶ୍ରୀ ମୋକିମ ଓଡ଼ିଆ ମାଟିର ଝିଅଙ୍କ ସମର୍ଥନରେ ଭୋଟ୍ ଦେଇଥିବା ଘୋଷଣା କରିଛନ୍ତି, ଯାହା ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।